ୟୁପିରୁ ଆସିଲା ଆଳୁ, ଦୁର ହେବ ସମସ୍ୟା


ଭୁବନେଶ୍ବର: ଆଉ ବଢ଼ିବନି ଆଳୁ ଦର । କାରଣ ଉତ୍ତର ପ୍ରଦେଶରୁ ଆଳୁ ଆସି ଓଡ଼ିଶାରେ ପହଞ୍ଚିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶାକୁ ଆଳୁ ବନ୍ଦ କରିବା ପରେ ଯେମିତି ହାହାକାର ପଡ଼ି ଯାଇଥିଲା । ଦୁଇଦିନରେ ଆଳୁ କେଜି ୩୦ରୁ ୫୦ ପାର କରିଯାଇଥିଲା । ତେବେ ଉତ୍ତର ପ୍ରଦେଶରୁରୁ ଗୋଟିଏ ଟ୍ରକ୍ ଆଳୁ ଆଜି ସକାଳେ କଟକ ଛତ୍ର ବଜାରରେ ପହଞ୍ଚିଥିବା ବେଳେ ୪ ଟ୍ରକ୍ ଆଳୁ ପଶ୍ଚିମବଙ୍ଗରୁ ଆସି ପହଞ୍ଚିଥିବା ଜଣାପଡ଼ିଛି । ପଶ୍ଚିମବଙ୍ଗରୁ ଏହି ଆଳୁ ଗାଡ଼ି ଗଳାବାଟ ଦେଇ ଆସିଥିବା ସୂଚନା ରହିଛି । ସେହିପରି ୟୁପିରୁ ଭୁବନେଶ୍ୱର ଆଇଗିଣିଆ ମାର୍କେଟକୁ ୧୦ରୁ୧୨ ଟ୍ରକ ଆଳୁ ଟ୍ରକ୍‌ ପହଞ୍ଚିଛି । ଆଳୁ ଗାଡ଼ି ପହଞ୍ଚିବା ପରେ ବଜାରରେ ଆଳୁ ଦର ହ୍ରାସ ପାଇବ ବୋଲି ଗ୍ରାହକ ଆଶାବାଦୀ ଅଛନ୍ତି ।

ପଶ୍ଚିମବଙ୍ଗ ସରକାର ଆଳୁ ଗାଡ଼ି ନ ଛାଡ଼ିବା ପରେ ବଜାରରେ ୩oରୁ ୩୫ଟଙ୍କା ଦରରେ ମିଳୁଥିବା ଆଳୁ ଚଢ଼ା ଧରରେ ବିକ୍ରି ହେଉଥିଲା । ଯାହାକୁ ନେଇ ଚିନ୍ତାରେ ଥିଲେ ଗ୍ରାହକ । ଗତକାଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ୍ ଆଳୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପହଞ୍ଚିବ ବୋଲି କହିଥିଲେ । ଆଜି ସକାଳେ ଉତ୍ତର ପ୍ରଦେଶରୁରୁ ଗୋଟିଏ ଟ୍ରକ୍ ଆଳୁ କଟକ ଛତ୍ରବଜାରରେ ପହଞ୍ଚିଥିବା ବେଳେ ୪ଟି ଗୋଟିଏ ଟ୍ରକ୍ ଆଳୁ ପଶ୍ଚିମବଙ୍ଗରରୁ ଆସିଛି । ସେହିପରି ଉତ୍ତରପ୍ରଦେଶରୁ ଭୁବନେଶ୍ୱର ଆଇଗିଣିଆ ମାର୍କେଟକୁ ୧୦ ଟ୍ରକ ଆଳୁ ଟ୍ରକ୍‌ ପହଞ୍ଚିଛି ।

ଓଡ଼ିଶା ବ୍ୟବସାୟୀ ମହାସଂଘ ସାଧାରଣ ସଂପାଦକ ସୁଧାକର ପଣ୍ଡା କହିଛନ୍ତି, ଆଜି ସକାଳେ ୪ ଟ୍ରକ୍ ଆଳୁ ପଶ୍ଚିମବଙ୍ଗ ଓ ଗୋଟିଏ ଟ୍ରକ୍ ଆଳୁ ୟୁପିରୁ ଛତ୍ରବଜାରକୁ ଆସିଛି । ସରକାର ୩୦୦ ଟ୍ରକ୍ ଆଳୁ ଟ୍ରକ୍ ୟୁପିରୁ ଆଣିବେ ବୋଲି କହିଛନ୍ତି । ଆଜି ବି ସେ ଗାଡ଼ି ପହଞ୍ଚିଯିବ ।  ସୂଚନାଯୋଗ୍ୟ, କିଛି ଦିନ ତଳେ ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ି ନଥିଲା । ଫଳରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଶହ ଶହ ଗାଡ଼ି ଅଟକି ରହିଥିଲା । ଯାହାଫଳରେ ବଜାରରେ ଆଳୁ ସଙ୍କଟ ଦେଖାଯାଇଥିଲା ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.