Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ଜିଲ୍ଲା ପାଳଙ୍କ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳଖେମୁଣ୍ଡି:୨/୧୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜତିନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୭୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୫ ଗୋଟି ଓ ୬ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।