Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟିପିଟି ହତ୍ୟା

ଝାରସୁଗୁଡ଼ା: ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା କରି ବିଲରେ ଫିଙ୍ଗି ଦେଲେ ଦୁର୍ବୃତ୍ତ । ଘଟଣା ଘଟିଛି ଲଇକେରା ଥାନା କୁଲେମୁରା ସାଲେଟିକ୍ରା ଗାଁରେ । ମୃତକ ହେଉଛନ୍ତି ସେହି ରଜତ ରାଜହଂସ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ହତ୍ୟା ସନ୍ଦେହରେ ଦୁଇ ଜଣ ଅଟକ ।
ରଜତ ଗତକାଲି ସକାଳୁ ଛକକୁ ଯାଇଥିଲେ । ସେଠାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କର ଗଣ୍ଡଗୋଳ ହୋଇଥିଲା । ପରେ ଉକ୍ତ ବ୍ୟକ୍ତିଙ୍କ ପୁଅ ଓ କିଛି ସାଙ୍ଗ ଆସି ରଜତଙ୍କୁ ଏକ ଫର୍ମ ହାଉସକୁ ଟେକି ନେଇ ମାରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ