Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୮ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି ୮ ତାରିଖ ଓ ୯ ତାରିଖ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଏହି ଦୁଇ ଦିନି ରାଜ୍ୟରେ କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ । ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବର୍ଷାରେ ଅମଳ ହେବାକୁ ଥିବା ଧାନ ଫସଲ ଉପରେ ପ୍ରଭାବ ପଡିପାରେ । ନିଜ ଫସଲକୁ ସୁରକ୍ଷିତ ଭାବେ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ୨୪ ଘଣ୍ଟା ଭିତରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, ବରଗଡ଼ ପ୍ରମୁଖ ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି ।