ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ


ପୁରୀ: ଆଜି ଶ୍ରୀମନ୍ଦିରରେ ହେବ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ସେଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।