Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ନିଶା ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୪/୧୨(ଗରୁଡ଼ ଧ୍ୱଜ ଚୌଧୁରୀ)ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଆଜି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦.ଘ.ସମୟରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ବ୍ଲକ ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇ ପ୍ରଥମ ସ୍ଥାନ ଅଧିକାର କରିଥିବା ୪୨ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାରେ ବକ୍ତୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନରୁ କନିଷ୍ଠ ଓ ବରିଷ୍ଠ ବର୍ଗରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ମୋଟ ୧୮ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାୟକ ସମେତ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ପାରଳାଖେମୁଣ୍ଡି ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଶ୍ରୀ ଶେଷଗିରି ବେହେରା, କନିଷ୍ଠ ସହାୟକ, ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l