Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ବୀରମହାରାଜପୁର : (ସୌମିତ୍ରି ମେହେର ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ଆଜି ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ର ଶକ୍ତି କ୍ଲବ ତରଫରୁ ସାମୁହିକ ଶପଥ ଗ୍ରହଣ , ରାଲି ଓ କୁଇଜ୍ ଆଦି କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ଆୟୋଜିତ ସଭା ରେ ପ୍ରଧାନଶିକ୍ଷକ ନିରଞ୍ଜନ ଦାସ ଅଧ୍ୟକ୍ଷତା କରିଥିବା ବେଳେ ସଂଯୋଜିକା ଜ୍ୟୋତିର୍ମୟୀ ମିଶ୍ର ଓ ବରିଷ୍ଠ ଶିକ୍ଷକ ବୈକୁଣ୍ଠ ନାୟକ ସଚେତନତା ଦ୍ଵାରା ହିଁ ଶକ୍ତି ର ଅପଚୟ ରୋକାଯାଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ । ଶିକ୍ଷୟିତ୍ରୀ ଜ୍ୟୋତି ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ