Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଲଟିଲା ବସ୍, ୧୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ବସ୍ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲାର ବାଘମାରୀ-ବେଗୁନିଆ ରାସ୍ତାରେ ଘଟିଛି ।

‘ଚକାଡ଼ୋଳା’ ନାମକ ବସଟି ବରଗଡରୁ ଭୁବନେଶ୍ୱର ଯାଉଥିଲା । ବେଗୁନିଆ-ବାଘମାରୀ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲକୁ ଓଲଟି ପଡ଼ିଥିଲା । ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୋଲିସ୍‌ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି ।