Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଟ୍ରକ-କାର ମୁହାଁମୁହିଁ ଧକ୍କା: ୬ ମୃତ, ୭ ଗୁରୁତର

ରାଞ୍ଚି: ଛତିଶଗଡ଼ ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଟ୍ରକ ଓ ଏସୟୁଭି କାର ମଧ୍ୟରେ ମୁହାଁମୁହିଁ ଧକ୍କା । ଘଟଣା ସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବଳେ ୭ ଜଣ ଗୁରୁତର ହୋଇଛନ୍ତି । ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି ।

କାର୍‌ଟି ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଯାଉଥିବା ବେଳେ ସେଥିରେ ପ୍ରାୟ ୧୩ ଜଣ ଥିଲେ । ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି କାରକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୋଲିସ୍‌ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହାପରେ ଗାଡ଼ି ଭିତରୁ ୭ ଗୁରୁତରଙ୍କୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି । ତାଙ୍କୁ ଗିରଫ କରିବାକୁ ପୋଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି ।