Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହାତରେ ଛୁଞ୍ଚି ଲଗା ଅବସ୍ଥାରେ ହସ୍ପିଟାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ହସ୍ପିଟାଲର ସିଟି ସ୍କାନ ୱାର୍ଡ ପଛ ପଟେ ଥିବା ଏକ ଦେବଦାରୁ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକଙ୍କ ପରିଚୟ ମିଳିନାହିଁ । ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ, ହାତରେ ଛୁଞ୍ଚି ଲାଗି ଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି ।

ଯୁବକଙ୍କ ଜଣଙ୍କ ଆତ୍ମହତ୍ୟା କରିଛନ୍ତି କି ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ