ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋହଲା ପାଗ ଲାଗି ରହିବା ସେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ କୋହଲା ପାଗ ସାଙ୍ଗକୁ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୪୮ ଘଣ୍ଟା ପରେ ରାଜ୍ୟରେ ପୁଣି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ୨୪ ଘଣ୍ଟାରେ ଗଂଜାମ ,ଗଜପତି, ରାୟଗଡା ଓ ପୁରୀର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ପାଗ ମେଘୁଆ ଥିବାରୁ ଗୋଟେ କିମ୍ବା ୨ଟି ସ୍ଥାନରେ ହାଲୁକା କୁହୁଡି ଦେଖାଯିବ । ଏହାସହ ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡରେ ଘନ କୁହୁଡିର ସମ୍ଭାବନା ଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।