Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ୨୦୨୪ କ୍ଷଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୁତି ଜେନାଙ୍କ ଦ୍ବାରା ଉଦଘାଟିତ

ପାରଳାଖେମୁଣ୍ଡି:୧୯/୧୨(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ୫ ଦିନ ଧରି ଆରମ୍ଭ ହୋଇଥିବା ଗଜପତି ଉତ୍ସବ ୨୦୨୪ ଉଦଘାଟିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ , ପରିବହନ, ଖଣି ଓ ଇସ୍ପାତ ପରିବାର ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଗଜପତି ଉତ୍ସବକୁ ଶୁଭ ଉଦଘାଟନ କରିଥିଲେ। ୫ ଦିନ ଧରି ଗଜପତି ଉତ୍ସବ ସହ ପଲ୍ଲୀଶ୍ରୀ ମେଳାକୁ ମଧ୍ୟ ଉଦଘାଟନକ କରିଥଲେ। ଗଜପତି
ଉତ୍ସବରେ ମୂଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ଜେନା ଉଦବୋଧନ ଦେଇ ସ୍ବର୍ଗତ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କୁ ସ୍ମରଣ କରି ଗଜପତି ଜିଲ୍ଲା ସମେତ ଓଡ଼ିଶାରେ ଶିକ୍ଷା, ସାହିତ୍ୟ,କଳା ସଂସ୍କୃତି ବିକାଶ ସହ ବିଶେଷ କରି ଆନ୍ଧ୍ର ଓଡିଶା ଉପାନ୍ତ ରେ ଥିବା ଗଜପତି ଜିଲ୍ଲାକୁ କଳା, ସଂସ୍କୃତି, ସାହିତ୍ୟ, ସଙ୍ଗୀତ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଜଳ ସେଚନ ଦିଗରେ ତାଙ୍କର ଅବଦାନ ଅତୁଳନୀୟ ବୋଲି କହିଥିଲେ l ସେ ଗଜପତି ଜିଲ୍ଳାର ବିକାଶ କିପରି ହେବ ସେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବେ ବୋଲି କହିଥିଲେ l ପାରଳାଖେମୁଣ୍ଡି ସହର ବାହାର ଦେଈ ଏକ ରିଙ୍ଗ ରୋଡର ଆବଶ୍ୟକତା ରହିଛି ତାର କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ ବୋଲି ବୋଲି ପ୍ରତିଶ୍ରୁତି ଦେଇଥିଲେ l ଗଜପତି ଜିଲ୍ଲାପାଳ ତଥା ଜିଲ୍ଲା ସାଂସ୍କୃତିକ ପରିଷଦର ଅଧ୍ୟକ୍ଷ ବିଜୟ କୁମାର ଦାସ ସ୍ବାଗତ ଭାଷଣ ଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ,
ପାରଳାଖେମୁଣ୍ଡି ବିଧାୟକ ଇଁ. ରୁପେଶ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗବାରା ତିରୁପତି ରାଓ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ୟୋତିନ୍ଦ୍ର କୁମାର ପଣ୍ଡା,ପାରଳାଖେମୁଣ୍ଡି ପୌରପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପ୍ରମୁଖ ଉଦବୋଧନ ଦେଇ ଗଜପତି ଉତ୍ସବ ଜିଲ୍ଲାରେ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ଧୁମ ଧାମରେ ପାଳନ ହେଉଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ l ଗଜପତି ଉତ୍ସବ ହେବା ଦ୍ବାରା ଗଜପତି ଜିଲ୍ଲାରେ ଲୁକ୍କାୟିତ ଭାବେ ରହିଯାଇଥିବା ଯୁବ କଳାକାର, କ୍ରୀଡାବିତ୍ ସଙ୍ଗୀତ କାର ମାନଙ୍କୁ ପଦାକୁ ଆଣିବା ହେଉଛି ଗଜପତି ଉତ୍ସବର ମୂଳ ଲକ୍ଷ ବୋଲି କହିଥିଲେ l ପରେ ସ୍ମରଣିକା “ଗଜପତି” କୁ ମୂଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ଜେନା ଉନ୍ମୋଚନ କରିଥଲେ l ଗଜପତି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ଧନ୍ୟବାଦ୍ ଅର୍ପଣ କରିଥଲେ l ଗଜପତି ଜିଲ୍ଲା ଉତ୍ସବରେ ମୋଟ ୨୦୮ଟି ଷ୍ଟଲ୍ ରହିଛି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।