Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ହେଲେ ରଞ୍ଜନ କୁମାର ଦାସ

ପୁରୀ: ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ରଞ୍ଜନ କୁମାର ଦାସ। ରଥଯାତ୍ରା ପୂର୍ବରୁ ଦାୟିତ୍ବ ଗ୍ରହଣ କଲେ ରଞ୍ଜନ ଦାସ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଶ୍ରୀ ଦାସ। ଶ୍ରୀମନ୍ଦିରର ସ୍ଥାୟୀ ପ୍ରଶାସକ ପାଇଁ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏକକ ପ୍ରଶାସକ ଭାବେ ରାଜ୍ୟ ସରକାର ଶ୍ରୀ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ ସରକାରଙ୍କୁ ତାଗିଦ କରିଥିଲେ । ପୂର୍ବରୁ ଶ୍ରୀ ଦାସ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସ୍ୱତନ୍ତ୍ର ସଚିବ ତଥା ନିର୍ଦ୍ଦେଶକ ଥିଲେ। ୨୦୦୭ ବ୍ୟାଚର ଆଇଏଏସ୍ ହେଉଛନ୍ତି ରଞ୍ଜନ କୁମାର ଦାସ। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ