ବୀରମହାରାଜପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର , ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି ଙ୍କ ସମେତ ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ।