ପଥରରେ ଛେଚି ସାଙ୍ଗକୁ ମାରିଲା ସାଙ୍ଗ


କେନ୍ଦୁଝର: ରାତି ଅଧରେ ସାଙ୍ଗ ଘଟାଇଲା ନାରକୀୟ କାଣ୍ଡ । ଯାହାକୁ ବିଶ୍ବାସ କରିିଲେ, ସେ କଲା ହତ୍ୟା । ଏମିତି ଘଟଣା କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୬ ନଂ ୱାର୍ଡର ପାଚୁହାଟିଂରେ ଘଟିଛି । ମୃତକ ହେଲେ ଭାଗବତ ବେଶ୍ରା ଏବଂ ଅଭିଯୁକ୍ତ ହେଲେ ଦୁର୍ଗା ନାୟକ । ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ଦାନ୍ତ ବି ଭାଙ୍ଗି ଯାଇଛି ।

ଗତ ରାତି ପ୍ରାୟ ୮ଟା ସମୟରେ ଏହି ଘଟଣା ଘଟିଛି । ହତ୍ୟା ଅଭିଯୁକ୍ତ ଦୁର୍ଗା କାଣ୍ଡ ଭିଆଇବା ପରେ ଫେରାର ହୋଇଯାଇଛି । ସୂଚନା ପାଇ ଯୋଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ । ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇ ଆସି ଅଳ୍ପ କିଛି ଦୂରରେ ରହୁଥିବା ତାଙ୍କ ସାଙ୍ଗ ଦୁର୍ଗାଙ୍କ ଘରେ ରହୁଥିଲେ । ଆଜି ଦୁର୍ଗାଙ୍କ ଘର ଭିତରେ ଭାଗବତଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ ।

ଆହତ ଦଶରଥଙ୍କ କହିବା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଦୁର୍ଗା ମଦ ଆଣିବାକୁ ଯାଇଥିବା ବେଳେ ସେ ଏବଂ ଭାଗବତ ରୋଷେଇ କରୁଥିଲେ । ପାଖାପାଖି ୮ଟା ସମୟରେ ଦୁର୍ଗା ନିଶାରେ ଚୁର ହୋଇ ମଦ ନେଇ ଫେରିବା ପରେ ହଠାତ୍ ଏକ ହାତୁଡ଼ି ନେଇ ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ । ଏହାପରେ ଭାଗବତଙ୍କୁ ମଧ୍ୟ ଆକ୍ରମଣ କରିଥିଲେ । ତେବେ ସେଠାରୁ ଜୀବନ ନେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ ଦଶରଥ । ପ୍ରାୟ ୫ ବର୍ଷ ତଳେ ଦୁର୍ଗା ନିଜ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ଜେଲ୍ ମଧ୍ୟ ଯାଇଥିଲେ । ବଡ଼ବିଲ ଆଡ଼ିସନାଲ ଏସପି ପ୍ରତ୍ୟୁଷ ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତେବେ ଗତକାଲି ରାତିରେ କ’ଣ ଘଟିଥିଲା । କାହିଁକି ଦୁର୍ଗା ଏମିତି ମରଣାନ୍ତକ ଆକ୍ରମଣ କରିଥିଲେ ତାହା ସେ ଧରାପଡିଲା ପରେ ଜଣାପଡିବ ।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.