Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୋଲରେ ପିଟି ହୋଇ ୨୦ ଫୁଟ ତଳକୁ ଖସି ବାଇକ ଚାଳକଙ୍କ ମୃତ୍ୟୁ

ଗଜପତି: ମୋହନା ସ୍ଥିତ ଲେଡ଼ବନ୍ଧରେ ଥିବା ଏକ ପୋଲରେ ଦୁର୍ଘଟଣା ଘଟି ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ପୋଲ ବାଡ଼ାକୁ ଧକ୍କା ଦେଇ ବାଇକ୍ ଚାଳକ ୨୦ ଫୁଟ ତଳକୁ ଖସି ପଡ଼ି ମୃତ୍ୟୁବରଣ କରିଛନ୍ତି । ମୃତ ବାଇକ ଆରୋହୀଙ୍କର ପରିଚୟ ମିଳିନାହିଁ ।

ଗତକାଲି ରାତିରେ ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକଙ୍କର ସନ୍ଦେହ ହୋଇଥିଲା । ସେମାନେ ପୋଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ପୋଲ ତଳୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ଏଥିସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l