ଭୁବନେଶ୍ବର: ଦୁଇଦିନର ଲଗାଣ ବର୍ଷା ପରେ ଗୋଟିଏ ଦିନ ସାମାନ୍ୟ ଆଶ୍ବସ୍ତି ମିଳିଥିଲା । ହେଲେ ଆଓନ୍ତାକାଲିଠାରୁ ପୁଣି କଲବଲ କରିବ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ବର୍ଷା ହେବ । ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ୨ ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୋଶାଲ ମିଡିଆ ଏକ୍ସରେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।
ସେ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି, ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହେବ । ୨୮ ଓ ୨୯ ତାରିଖ ରାଜ୍ୟରେ ବର୍ଷା ହେବ । ବିଶେଷ କରି ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଉଲ୍ଲେଖଯୋଗ୍ୟ, ଦୁଇ ଦିନ ତଳେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିଲା । ଫଳରେ ଚାଷୀଙ୍କର ବର୍ଷକର ଅମଳ ପାଣିରେ ପଡ଼ି ନଷ୍ଟ ହୋଇଯାଇଥିଲା । ପୁଣି ବର୍ଷା ହେବା ନେଇ ସୂଚନା ମିଳିବା ପରେ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ ।