Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣିର ତାଲିକା ପ୍ରସ୍ତୁତ।

କେନ୍ଦୁଝର : ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ କେନ୍ଦୁଝର, ତା. ୦୨.୦୧.୨୦୨୫ ଚଳିତ ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି ।
ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ତା.୦୬.୦୧.୨୦୨୫ରିଖ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌, ତା. ୧୩.୦.୨୦୨୫ ରିଖ ସୋମବାର ଦିନ ଯୋଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ତା.୨୦.୦୧.୨୦୨୫ ରିଖ ସୋମବାର ଦିନ ବାଂଶପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ତା. ୨୭.୦୧.୨୦୨୫ ରିଖ ସୋମବାର ଦିନ ଘଷିପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ, କେନ୍ଦୁଝରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଂପର୍କରେ ବିହିତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣି ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ (ନିର୍ଦ୍ଧାରିତ ସ୍ଥାନମାନଙ୍କରେ) ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ