୬ ତାରିଖରୁ କମିବ ଶୀତ


ଭୁବନେଶ୍ବର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଆଗକୁ ଏହା ଜାରି ରହିବ । ତେବେ ୫ ତାରିଖ ପରେ ଶୀତର ପରିମାଣ କମିବ ବୋଲିସ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରାଯାଇଛି ।

ଏଥିରେ କୁହାଯାଇଛି, ୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତା’ପର ଦିନଠାରୁ ଅର୍ଥାତ ୬ ତାରିଖରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି କିଛି ଜିଲ୍ଲାକୁ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି ।