Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ କଟକଣା, ଗଣାଯିବେ କୁମ୍ଭୀର

ଅନୁଗୁଳ: ସାତକୋଶିଆରେ ଗଣ ହେବେ କୁମ୍ଭୀର ଓ ପକ୍ଷୀ । ଏଥିପାଇଁ ଏଠାରେ ପର୍ଯ୍ୟଟକଙ୍କ ପାଇଁ ଲାଗିଲା କଟକଣା । କୁମ୍ଭୀର ଗଣନା ପାଇଁ ଆସନ୍ତାକାଲି ଅପରାହ୍ନରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ କଟକଣା ଲଗାଯାଇଛି । ସେହିଭଳି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପର୍ଯ୍ୟଟକଙ୍କ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।

ଏହି ସମୟରେ ନଦୀରେ ମାଛ ଧରିବା ପାଇଁ ମତ୍ସ୍ୟଜୀବୀଙ୍କୁ ନଯିବାକୁ କୁହାଯାଇଛି । ସାତକୋଶିଆର ମହାନଦୀରେ କୁମ୍ଭୀର ଗଣନା ହେବାକୁ ଥିବାବେଳେ ଏଥିପାଇଁ ବନ ବିଭାଗର ୧୪ଟି ଦଳ ନିୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି । ଗଣନା କାର୍ଯ୍ୟ ସୂଚାରୁ ରୂପେ କରିବା ପାଇଁ ପର୍ଯ୍ୟଟକଙ୍କୁ ମହାନଦୀରେ ବୋଟିଂ ପାଇଁ ବାରଣ କରାଯାଇଥିବା ଡିଏଫଓ ସରୋଜ ପଣ୍ଡା ସୂଚନା ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ