ଭୁବନେଶ୍ବର: ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନୀ । କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ ମାଣ୍ଡଭିୟ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ସମ୍ମେଳନ । ଆସନ୍ତାକାଲି ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ଆଜି ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଆସୁଛନ୍ତି ।
ସମ୍ମିଳନୀରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ପ୍ରବାସୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ । ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ । ଏଥିରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ । ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଓ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ । ଡବଲ ଡେକର୍ ବସରେ ବସି ରାଜ୍ୟର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ ।