ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ ହେବ ଭି. ନାରାୟଣନ । ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି । ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥଙ୍କଠାରୁ ଦାୟିତ୍ୱ ଗ୍ରହଣ କରିବେ ।
କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏ ନେଇ ସୂଚନା ଜାରି କରିଛି । ୨ ବର୍ଷ ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ । ଭି. ନାରାୟଣନଙ୍କ ପଖରେ ପ୍ରାୟ ୪ ଦଶନ୍ଧିର ଅନୁଭବ ରହିଛି । ସେ ଭାରତୀୟ ଅନ୍ତରୀକ୍ଷ ସଂଗଠନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହିଆସିଛନ୍ତି ।
ବର୍ତ୍ତମାନ ଭି. ନାରାୟଣ ଭଲିଆମାଲାରେ ଅବସ୍ଥିତ ଲିକ୍ୱିଡ୍ ପ୍ରପଲ୍ୟୁସନ୍ ସିଷ୍ଟମ୍ ସେଣ୍ଟର (LPSC) ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୮୪ରେ ସେ ଇସ୍ରୋରେ ସାମିଲ ହୋଇଥିଲେ । ସୂଚନାଯୋଗ୍ୟ, ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥ ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ । ତାଙ୍କର ଦୁଇ ବର୍ଷ କାର୍ଯ୍ୟକାଳ ଶେଷ ହେବାକୁ ଆସିଛି । ତାଙ୍କ କାର୍ଯ୍ୟକାଳ ମଧ୍ୟରେ, ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି ।