Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାଲି ଓଡ଼ିଶା ଆସୁଛନ୍ତି ମହାମହିମ; ସଜେଇ ହୋଇଛି ଗାଁ ପାହାଡ଼ପୁର

ଭୁବନେଶ୍ବର: କାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଜନ୍ମମାଟିରେ ପାଦ ଦେବେ। ସେଥିପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି। ସଜେଇ ହୋଇଛି ତାଙ୍କ ଗାଁ ପାହାଡ଼ପୁର । ଏଥର ନିଜ ଗାଁ ବୁଲିବେ ରାଷ୍ଟ୍ରପତି। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସ୍ୱାଗତ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ମାଟି ରାସ୍ତାକୁ ପିଚୁ କରାଯାଇଛି, ବଦଳିଯାଇଛି ଗାଁର ରୂପରେଖ ।

ରାଷ୍ଟ୍ରପତି ନିଜ ସ୍କୁଲ ଏସଏଲଏସ ସ୍ମାରକୀ ବିଦ୍ୟାଳୟ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ସେପଟେ ମହାମହିମ ରାଷ୍ଟ୍ରପତିଙ୍କ ଶିମିଳିପାଳ ବୁଲିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୨ଦିନ ପାଇଁ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି । ୬ ତାରିଖରେ ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପ‌ରେ ସେ ଦିଲ୍ଲୀ ଫେରିଯିବେ।