Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ସମ୍ବଲପୁର: ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜାମ୍ବର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂଚାରୁ କୁମାର ବଳ , ମୁଖ୍ୟ ଉନ୍ନୟନ ଅଧିକାରୀ- ଜିଲ୍ଲା ପରିଷଦ ପ୍ରସନ୍ନ କୁମାର ପାତ୍ର, ଉପଜିଲ୍ଲାପାଳ ଶ୍ରୀ ପୁଷ୍ପାଞ୍ଜଳି ପଣ୍ଡା ଙ୍କ ସମେତ ପ୍ରମୁଖ ବିଭାଗୀୟ ଅଧିକାରୀ, ସମାଜସେବୀ, ଶିକ୍ଷାବିତ, ଗଣମାଧ୍ୟମ ପ୍ରତିନିଧି, ସ୍ଵେଛାସେବୀ ଅନୁଷ୍ଠାନ ର କର୍ମଚାରୀ ଉପସ୍ଥିତ ରହି କିପରି ଚଳିତ ବର୍ଷ ମହା ସମାରୋହରେ ପାଳିତ ହେବ ଓ ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯିବ ସେହି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।
ଚଳିତ ସାଧାରଣତନ୍ତ୍ର ଦିବସ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୫.୦୦ ମି.ସମୟରେ ସହରରେ ରାମଧୂନ ପରିବେଷଣ କରାଯିବ।ପରେ ସହରରେ ବିଭିନ୍ନ ସ୍ଥାନରେ ଥିବା ବୀରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପୂର୍ବାହ୍ନ ୮ ଘଟିକା ୩୦ ମିନଟ ସମୟରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ ଏବଂ ଅଭିଭାଷଣ ପ୍ରଦାନ କରିବେ। ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ଦିନ ପୂର୍ବାହ୍ନ ଘ.୭.୦୦ ଘଟିକା ରୁ ଘ.୭.୩୦ ଘଟିକା ସମୟ ମଧ୍ୟ ରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ ,ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ । ଏଥି ସକାଶେ ଚଳିତ ମାସ ୨୧, ୨୨ ଏବଂ ୨୪ ତାରିଖ ପର୍ଯ୍ୟନ୍ତ ନେଲସନ ମାଣ୍ଡେଲା ଛକ ନିକଟସ୍ଥ ରାଜରାସ୍ତା ଠାରେ ପ୍ୟାରେଡ଼ ଅଭ୍ୟାସ ଅନୁଷ୍ଠିତ ହେବ। ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ ଏବଂ ଅନ୍ୟାନ୍ୟ କୃତୀତ୍ବ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ପୁରସ୍କାର ପ୍ରଦାନ କରାଯିବ । ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବର ଆୟୋଜିତ କାର୍ଯ୍ୟକ୍ରମ ଠାରେ ପୁରସ୍କୃତ କରାଯିବ।ଏଥିସହ ପ୍ୟାରେଡ ପଡିଆ ସାଜସଜ୍ଜା, ବ୍ୟାରିକେଡ଼ ନିର୍ମାଣ, ଶାନ୍ତିଶ୍ରୁଙ୍ଖଳା ରକ୍ଷା, ପାନୀୟଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ଅସ୍ଥାୟୀଶିବିର ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ଅଧିକାରୀ ଙ୍କୁ ଦାୟିତ୍ଵ ଦିଆଯାଇଥିଲା ।କାର୍ଯ୍ୟକ୍ରମ ପରେ ମୁଖ୍ୟ ଅତିଥି ସମ୍ବଲପୁର ମଣ୍ଡଳ କାରାଗାର, ନାରୀବନ୍ଦି ନିକେତନ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଦୁର୍ଗାପାଲି ସ୍ଥିତ ଦୟାମଣି ଜରା ନିବାସର ଅନ୍ତେବାସୀଙ୍କୁ ମିଷ୍ଠାନ୍ନ ଓ ଶୁଖିଲା ଖାଦ୍ଯ ବଣ୍ଟନ, ଓଡିଶା ସାଂସ୍କୃତିକ ସମାଜ ସଭା ଗୃହରେ ଉତ୍ସର୍ଗ ଆନୁକୁଲ୍ୟ ରେ ଅନୁଷ୍ଠିତ ରକ୍ତଦାନ ଶିବିର ରେ ଯୋଗଦେବେ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଞ୍ଜୁକ୍ତା କୁଲୁ ପ୍ରାରମ୍ଭ ରେ ସ୍ଵାଗତ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।