ଭୁବନେଶ୍ବର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତା ଛାତ୍ରୀ ଜଣକ ୨ ଦ୍ୱିତୀୟ ବର୍ଷର ଛାତ୍ରୀ ଉତ୍କଳିକା ସ୍ୱାଇଁ । ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ସେ ସଙ୍ଗୀତ ମହାବିଦ୍ୟାଳୟର ଯୁକ୍ତଦୁଇ ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ । ସେ ଏକ ୩ ଜଣିଆ ହଷ୍ଟେଲ ରୁମ୍ରେ ରହୁଥିଲେ ।
ଗତକାଲି ରାତିରେ କେହି ନଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ । ଆଜି ସକାଳେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କବାଟ ନ ଖୋଲିବାରୁ ସହପାଠିନୀମାନେ କବାଟ ବାଡ଼େଇ ଥିଲେ । ମାତ୍ର କବାଟ ନଖୋଲିବାରୁ ଏନେଇ ପୋଲିସ୍କୁ ଖବର ଦେଇଥିଲେ । ପୋଲିସ୍ ପହଞ୍ଚି କବାଟ ଭାଙ୍ଗି ଉତ୍କଳିକାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା । ପୋଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।