Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏସିଏଣ୍ଟ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଭାରତୀ ଏକାଡେମୀର ଏସିଏଣ୍ଟ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଓକିଲ ସଂଘ ର ସଭାପତି ବିଧାନ ଚନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ନାଟ୍ୟଶ୍ରୀ ଗଦାଧର ବାରିକ, ସମାଜସେବୀ ଶ୍ରଦ୍ଧାଞ୍ଜଳି ମିଶ୍ର, ପଲସାଗୋରା ମହିଳା କଲେଜ ର ଅଧ୍ୟକ୍ଷା ମନୀଷା ଚାନ୍ଦ ଏବଂ ଉଦୟମାନ ଓଏସ ଅଫିସର ସମୁଦ୍ର ମିଶ୍ର ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ମାନେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଉତ୍ସବ ରେ କୁନି କୁନି ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରେ ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ପରିଶେଷରେ ଭାରତୀ ଏକାଡେମୀ ର ମୁଖ୍ୟ ଶ୍ରୀମତୀ ଶ୍ରଦ୍ଧା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।