Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠ ଆଶ୍ରମ

ଭୁବନେଶ୍ବର: ରାଜଧାନୀରେ ଥିବା ବିବାଦୀୟ ବୈକୁଣ୍ଠ ଆଶ୍ରମ ଆଜି ମାଟିରେ ମିଶିବ । ଗତକାଲି ଆଶ୍ରମ ଭାଙ୍ଗିବାକୁ ଡାକବାଜି ଯନ୍ତ୍ରରେ ପ୍ରଚାର କରିଥିଲା ବିଡିଏ । ଆଜି ୧୨ ଟା ସୁଦ୍ଧା ଆଶ୍ରମ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କଳ୍କୀ ଅବତାରଙ୍କ ପୀଠ କହି ବିବାଦକୁ ଆସିଥିଲା ବୈକୁଣ୍ଠ ଆଶ୍ରମ ।

ବିବାଦ ପରେ ସରକାରୀ ଜମିରେ ଥିବା ଆଶ୍ରମ ଭାଙ୍ଗିବା ପାଇଁ ନିର୍ଦ୍ଦେଶ ଦେଇଥିଲା ସାଧାରଣ ପ୍ରଶାସନ ବିଭାଗ । ନଭେମ୍ବର ୨୦ରେ ଭାଙ୍ଗିବା ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଆଶ୍ରମ କର୍ତ୍ତୃପକ୍ଷ କୋର୍ଟରୁ ରହିତା ଦେଶ ଆଣିବାରୁ ସ୍ଥଗିତ ରହିଥିଲା ଆଶ୍ରମ ଉଚ୍ଛେଦ କାମ । ଜାଲ କାଗଜପତ୍ର ଦାଖଲ କରି ରହିତାଦେଶ ଆଣିଥିଲେ ଆଶ୍ରମ କର୍ତ୍ତୃପକ୍ଷ । ଏହା ଜଣାପଡିବା ପରେ ରହିତା ଦେଶ ଉଠାଇ ଦେଇଛନ୍ତି ହାଇକୋର୍ଟ । ଏହାପରେ ଆଜି ଆଶ୍ରମ ଭାଙ୍ଗିବା ପାଇଁ ନିଷ୍ପତ୍ତି ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories