Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ ହଜାର ଟଙ୍କାର ପେନସନ:ସଂଗ୍ରାମୀ ମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର

ସମ୍ବଲପୁର:ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ । ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ।ସୂଚନା ଯୋଗ୍ୟ ଯେ ୨୫ ଜୁନ୍ ୧୯୭୫ ମସିହାରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲ ।ଆବେଦନ କରିବା ନିମନ୍ତେ ସମସ୍ତ ଆବେଦନ କାରୀ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ନ୍ୟାୟପାଳିକା(judiciary) ବିଭାଗ ରୁ ଏବଂ ଜିଲ୍ଲା ପ୍ରଶାସନ ର ୱେବସାଇଟ ରେ ଉପଲବ୍ଧ sambalpur.odisha.gov.in website ମାଧ୍ୟମ ରେ ଆବେଦନପତ୍ର ପାଇ ପାରିବେ। ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ନ୍ୟାୟପାଳିକା(judiciary) ବିଭାଗ ରେ ଆବେଦନ ପତ୍ର ଦାଖଲ କରିପାରିବେ।