Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ବନଖଣ୍ଡ ଓ ମୋହନା ବନ ବିଭାଗ ପକ୍ଷରୁ ଖେଳ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନତା ଅଭିଯାନ

ପାରଳାଖେମୁଣ୍ଡି:୧୮/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ବନଖଣ୍ଡ ଓ ମୋହନା ବନାଞ୍ଚଳ ପକ୍ଷରୁ କ୍ରିକେଟ ଖେଳ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ଦିର୍ଘ ପାଞ୍ଚଦିନ ଧରି ମୋହନା ଓ ରା ଉଦୟଗିରି ବନାଞ୍ଚଳ ର ବନ ସୁରକ୍ଷା ସମିତି ର ଆଠଟି କ୍ରିକେଟ ଟିମ କୁ ନେଇ ଏକ ବନ୍ଧୁତ୍ୱ ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଥିଲା l ଏହି ଟୁର୍ଣ୍ଣାମେଣ୍ଟ ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଜଙ୍ଗଲ ଓ ବନ୍ୟଜନ୍ତୁ ଙ୍କ ସହ ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ ରେ ଯେପରି ନିଆଁ ନଲାଗିବ ପ୍ରାକୃତିକ ଭାରସାମ୍ୟ ରକ୍ଷାରେ କିପରି ସହାୟକ ହେବେ, ସମସ୍ତେ ଏକାଠି ହୋଇ ଜଙ୍ଗଲ ସୁରକ୍ଷା ପାଇଁ ପଦକ୍ଷେପ ନେବା ତା ସହିତ ବିଭିନ୍ନ ସ୍କୁଲ କଲେଜ ଛାତ୍ର ଛାତ୍ରୀ ମାନେ ନାଚ ଗୀତ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜଙ୍ଗଲ ସୁରକ୍ଷା କୁ ନେଇ ସଚେତନ କରାଯାଇଥିଲା l ସେହିପରି ଆଜିର ଏହି ଉଦଯାପନୀ କାର୍ଯ୍ୟକ୍ରମ ରେ ଝିଲିକି ବନ ସୁରକ୍ଷା ସମିତି ଓ ଖାରିମେରା ବନ ସୁରକ୍ଷା ସମିତି ମଧ୍ୟରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଅନ୍ତିମ ଖେଳ ପ୍ରଦର୍ଶନ କରିଥିଲେ ସେଥିରେ ଝିଲିକି ବିଜୟ ଲାଭ କରି ଏକ ଟ୍ରଫି ସହ ନଗଦ ସାତ ହାଜର ଟଙ୍କା ଓ ଖାରିମେରା କୁ ରନର୍ସ ଭାବେ ତିନି ହାଜର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଏସ୍ ଆନନ୍ଦ କୁମାର, ସମ୍ମାନିତ ଅତିଥି ଭାବେ ମୋହନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ ଦାସ, ସାମ୍ବାଦିକ ପିଣ୍ଟୁ ପ୍ରଧାନ, ମନ୍ମଥ ମିଶ୍ର, ଯୁବକ ସଂଘ ସମ୍ପାଦକ ତଥା ପ୍ରକୃତି ମିତ୍ର ଜିତେନ୍ଦ୍ର କୁମାର ବେହେରା ଯୋଗଦେଇଥିବା ବେଳେ ମୋହନା ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ବିଶୋଇ ଓ ମୋହନା ବ୍ଲକ ର ସମସ୍ତ ବନପାଳ, ବନରକ୍ଷୀ ଙ୍କ ସହ ବନ ସୁରକ୍ଷା କର୍ମଚାରୀ ମାନେ ପରିଚାଳନା କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।