ତୃତୀୟ ମହାବୀର କ୍ରିକେଟ କପ 2025, କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ। ସମ୍ୱଲପୁର ଜଗନ୍ନାଥ କ୍ରିକେଟ କ୍ଲବ ଚମ୍ପିୟାନ।


ରେଙ୍ଗାଲି ମିନି ଷ୍ଟାଡିୟମରେ ରେଙ୍ଗାଲି ମହାଵୀର କ୍ରିକେଟ ଏକାଡେମୀ ପକ୍ଷରୁ
ତୃତୀୟ ମହାବୀର କ୍ରିକେଟ କପ 2025, ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା। ଉକ୍ତ ଟୁର୍ଣ୍ଣାମେଣ୍ଟରେ ସମ୍ୱଲପୁର ଜଗନ୍ନାଥ କ୍ରିକେଟ କ୍ଲବ ବ୍ରଜରାଜନଗର କ୍ରିକେଟ କ୍ଲବ କୁ ହରାଇ ଚମ୍ପିୟାନ ହୋଇଥିଲା। ବିଜୟୀ ସମ୍ୱଲପୁର ଜଗନ୍ନାଥ କ୍ରିକେଟ କ୍ଲବ କୁ 15000ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ପରାଜିତ ବ୍ରଜରାଜନଗର ଦଳ କୁ 10000 ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ମୁଖ୍ୟଅତିଥି ଭାବରେ ଭାରତୀୟ ମହିଳା କ୍ରିକେଟ ଦଳ ର ମେନେଜର ତଥା ଓଡ଼ିଶା ଅଲମ୍ପିକ ଏଥେଲେଟିକ ଏସୋଷିଏସନ୍ ର ଉପ-ସଭାପତି ଦୁଲାଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା,,ଶୁଶିଲ କିଶାନ, ମୋତିଲାଲ ତନ୍ତୀ , ରେଙ୍ଗାଲି ପୁର୍ବତନ ସମିତି ସଭ୍ୟ ସୂର୍ଯ୍ୟ ରଞ୍ଜନ ପାତ୍ର, ଯୁଗଲ କିଶୋର ଅଗ୍ରୱାଲ, ସନ୍ତୋଷ ସିଂହ, ବ୍ରଜେନ୍ଦ୍ର ପ୍ରସାଦ ପଣ୍ଡା ପ୍ରମୁଖ ଅତିଥି ଭାବରେ ଯୋଗଦାନ କରିଥିଲେ। ରେଙ୍ଗାଲି ମହାଵୀର କ୍ରିକେଟ ଏକାଡେମୀ ର ସମସ୍ତ ସଭ୍ୟ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.