ଉଲୁଣ୍ଡା : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୭ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୫ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୦୭ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ କରିସ୍ମା ବେସ୍ରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ବୀରମହାରାଜପୁର, ଶ୍ରୀ ଲଲାଟେନ୍ଦୁ ସି , ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଡେପୁଟି କଲେକ୍ଟର ଜରୁରୀ ଶାଖା କୃଷ୍ଣ ମୋହନ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାରୀ ତହସିଲଦାର ଉଲୁଣ୍ଡା ପ୍ରଶାନ୍ତ ମହାରଣା , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ଉଲୁଣ୍ଡା ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପସମ ଶିବିର ଆୟୋଜିତ
