Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୯ ତାରିଖରେ ବାତ୍ୟା!

ଭୁବନେଶ୍ବର: ବାତ୍ୟାର ରୂପ ନେଇପାରେ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ ୮ ତାରିଖରେ ଏହା ଅବପାତରେ ପରିଣତ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ, ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ତେବେ ଏହାର ଗତି ପଥ ଏଯାଏ ସପଷଟ ହୋଇନି। କିନ୍ତୁ ପାଣିପାଗ ସଂସ୍ଥା ୱିଣ୍ଡିର ଦୁଇଟି ମଡେଲର ଆକଳନ ଅନୁସାରେ ୧୨ତାରିଖରେ ବାତ୍ୟା ବାଂଲାଦେଶ-ମିଆଁମାର ମଝିରେ ସ୍ଥଳଭାଗ ଛୁଇଁପାରେ ।

ଅନ୍ୟପଟେ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ସମୁଦ୍ର ଭିତରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ବାତ୍ୟାରେ ପରିଣତ ହେବା ନେଇ ପାରିପାର୍ଶ୍ବିକ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ