Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ସ୍ଥିତ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ସଭା ଅନୁଷ୍ଠିତ

ଗୁମ୍ମା ସ୍ଥିତ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ସଭା ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୨/୧(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଜାନୁଆରୀ ମାସ ସଡକ ସୁରକ୍ଷା ମାସ ପାଳନ କରାଯାଉଥିବା ବେଳେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ପ୍ରିନ୍ସିପାଲ ଶ୍ରୀଯୁକ୍ତ ଜଗନ୍ନାଥ ବାରିକ, ପ୍ରଶାନ୍ତ ମହାନ୍ତି, ସୁଜିତ୍ ପାଲହାର୍, ଦିଲ୍ଲୀପ ଦାସ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ନେଇ ମୁଖ୍ୟ ସଡ଼କରେ ଯାତ୍ରୀ ମାନଙ୍କୁ ହେଲମେଟ ପିନ୍ଧିବା, ଗାଡ଼ି ଚଳାଇବା ସମୟରେ ମୋବାଇଲ୍ ବ୍ୟବହାର ନ କରିବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା, ସଠିକ୍ ଭାବରେ ଗାଡ଼ି ସଂକେତ ଜଣାଇବା ତଥା ଚାରି ଚକିଆ ଯାନ ଚଳାଇବା ସମୟରେ ସିଟ ବେଲ୍ଟ ବାନ୍ଧିବା ପାଇଁ ରାଲି ଓ ସ୍ଲୋଗାନ ମାଧ୍ୟମରେ ସଚେତନ କରିଥିଲେ।