Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି; ସମଗ୍ର ଜିଲ୍ଲାରେ ଉତ୍ସବର ମାହୋଲ

ଭୁବନେଶ୍ବର: ମୟୂରଭଞ୍ଜରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜନ୍ମମାଟିରେ ପାଦ ଦେଲେ ମହାମହିମ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି। ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଜନ୍ମମାଟିରେ ପହଞ୍ଚିବା ପରେ ଗାଁ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି । ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ।

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ମୟୂରଭଞ୍ଜ ପହଞ୍ଚିବା ପରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମଗ୍ର ଜିଲ୍ଲା ଉତ୍ସବମୂଖର ହୋଇପଡ଼ିଛି। ସୁରକ୍ଷା ବ୍ୟବସ୍ଥା ବି କଡା କରାଯାଇଛି। ମହାମହିମଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି।