Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାସ୍ତରୀୟ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ସମ୍ବଲପୁର :ଆଜି ଜିଲ୍ଲାସ୍ତରୀୟ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ ହୋଇଯାଇଛି। ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳୀରାମ ବୋନ୍ଦର ଆଇ.ଏ.ଏସ୍ ଓ ଅତିରିକ୍ତ ଜିଲ୍ଲାପାଳ ସୁଚାରୁ କୁମାର ବଳ ଜେଲ୍ ଛକରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସଂସ୍କୃତିକ ସମାଜ ପକ୍ଷରୁ ସକାଳ ୯ଟାରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିଠାରୁ ସହିଦ ସ୍ତମ୍ଭ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାରେ ଓଡ଼ିଶା ସଂସ୍କୃତିକ ସମାଜରେ ଅନୁଷ୍ଠିତ ସଭାରେ ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି,ବିଧାୟକ ରେଙ୍ଗାଲି ଶ୍ରୀ ସୁଦର୍ଶନ ହରିପାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳ, ଓଡ଼ିଶା ସାଂସ୍କୃତି ସମାଜର ସଭାପତି ପରେଶ ଦାନୀ, ଓଡ଼ିଶା ସଂସ୍କୃତି ସମାଜର ସମ୍ପାଦକ ଦୀନବନ୍ଧୁ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାବିଜେତାଙ୍କୁ ପୁରସ୍କାର ବିତରଣ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ