Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଢିଲା ବାତ୍ୟା ଆଶଙ୍କା; ୭ରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ବର: ୯ ତାରିଖରେ ବାତ୍ୟା ଆଶଙ୍କା। ଏ ନେଇ ବଢିଛି ସମ୍ଭାବନା। ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା। ୬ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହା ପ୍ରଭାବରେ ୭ତାରିଖରେ ଲଘୁଚାପ ହୋଇପାରେ । ୮ରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ଆକଳନ କରାଯାଇଛି।

୯ତାରିଖରେ ଏହା ବାତ୍ୟାର ରୂପ ନେଇପାରେ । କ୍ରମଶଃ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ଏହି ବାତ୍ୟା ମିଆଁମାର ଓ ବାଂଲାଦେଶ ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଆକଳନ କରିଛନ୍ତି ବିଭିନ୍ନ ମଡେଲ ।