ଭୁବନେଶ୍ବର: କୁହୁଡିରୁ ମିଳିବନି ନିସ୍ତାର । ଆସନ୍ତାକାଲି ପର୍ଯ୍ୟନ୍ତ ଘନ କୁହୁଡ଼ି କରିବ କଲବଲ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଘନ କୁହୁଡି ପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କେରାପୁଟ କନ୍ଧମାଳ ଓ କଳାହାଣ୍ଡି ।
୨୮ ତାରିଖରେ ମଧ୍ୟ ରାଜ୍ୟରେ ଘନ କୁହୁଡି ହେବ । ଏନେଇ କିଛି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଓ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡ଼ି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଅନ୍ୟପକ୍ଷରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।