Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫରେଷ୍ଟ୍ ଫାୟାର ସଚେତନତା ଉପଲକ୍ଷେ ଏକ ବନ୍ଧୁତ୍ବ ପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୭/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଜ ିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ପାଳନ ଅବସରରେ ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଆଜି ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଏକ ବନ୍ଧୁତପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଅଛି। ଏହି କ୍ରିକେଟ୍ ମ୍ୟାଚ୍ ରେ ଜିଲ୍ଲାପ୍ରଶାସନ ଏକାଦଶ ଓ ଗଣମାଧ୍ୟମ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଜିଲ୍ଲାପାଳ ଗଜପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀ ଏସ.ଆନନ୍ଦ, ବନ ଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି, ଶ୍ରୀ ରାଜେନ୍ଦ୍ର ମିଞ୍ଜ,ଅତିରିକ୍ତ ଜିଲ୍ଲାପାଳ ଗଜପତି, ଡ଼. ଗୁଣନିଧି ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ପ୍ରମୁଖ ଯୋଗଦାନ କରି ଫରେଷ୍ଟ ଫାୟାର କ୍ରୀଡ଼ା ମାଧ୍ଯମରେ ସଚେତନତାର କରେଇଥିଲେ। ଜଙ୍ଗଲ ରେ ନିଆଁ ଲଗାନ୍ତୁ ନାହିଁ, ଜୀବଜଗତର ସୁରକ୍ଷା ପାଇଁ ଜଙ୍ଗଲରେ ଯେବେ ନଲାଗେ ନିଆଁ, ଜଙ୍ଗଲ ହୋଇବ ଆକାଶ ଛୁଆଁ, ବଣ ପଶୁ ପକ୍ଷୀ ଆମ ସମ୍ପଦ ସେମାନେ ନ ଥିଲେ ଆସେ ବିପଦ ବୋଲି କ୍ରୀଡ଼ା ମାଧ୍ଯମରେ ସମସ୍ତଙ୍କୁ ସଚେତନତା କରାଇ ଥିଲେ। ଏହି କାର୍ଯ୍ୟକ୍ରମକୁ ପାରଳାଖେମୁଣ୍ଡି ବନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।