Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା,ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ,ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର:ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ ହୋଇଛନ୍ତି । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ସେହିପରି ଅବସରପ୍ରାପ୍ତ ସୁଦକ୍ଷ ଆଇଏଏସ୍ ଅଫିସର ମଧୁସୂଦନ ପାଢ଼ୀ ଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟପାଳ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି।
ଅନ୍ୟପକ୍ଷରେ, ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି(ଏସଜେଟିଏ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି ।ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହିତ ନୂଆଦିଲ୍ଲୀସ୍ଥିତ ଓଡିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ