Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଯୁବକଙ୍କ ମୃତ୍ୟୁ ପରେ ଉତ୍ତେଜନା, ରାଜପଥ ଅବରୋଧ

ଗଜପତି: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ପରେ ଉତ୍ତେଜନା । ଜାତୀୟ ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ । ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଯୋଡ଼ି ପଥର ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ, ଯୋଡ଼ି ପଥର ଗାଁର କୃଷ୍ଣ ଦଳବେହେରା କୌଣସି କାମରେ ଚାନ୍ଦିପୁଟ ଯାଇଥିଲେ । କାମ ସାରି ଫେରିଲା ବେଳେ ଘନ କୁହୁଡି ଯୋଗୁଁ ବିଦ୍ୟୁତ ତାର ତଳେ ଛିଣ୍ଡି ପଡ଼ିଥିବା ଦେଖି ପାରି ନଥିଲେ । ଫଳରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିଲା ।

ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ପରିବାର ଲୋକ ଓ ଅଞ୍ଚଳବାସୀ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ପାରଳାଖେମୁଣ୍ଡିଠାରୁ ମୋହନା ଓ ବ୍ରହ୍ମପୁରକୁ ରାସ୍ତାରୋକ କରିଛନ୍ତି ଅଞ୍ଚଳବାସୀ । ଫଳରେ ରାସ୍ତାରେ ଶହ ଶହ ଗାଡି ଅଟକି ରହିଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ