Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାନ୍ୟବର ରାଷ୍ଟ୍ରପତିଙ୍କ ଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ସମ୍ବଲପୁର:ମାନ୍ୟବର ରାଷ୍ଟ୍ରପତିଙ୍କ ଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ନିନ୍ଦନୀୟ । ଏହି ବୟାନ କଂଗ୍ରେସର ସାମନ୍ତବାଦୀ ମାନସିକତା, ସେମାନଙ୍କ ଅହଂକାର ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟରୁ ଆସିଥିବା ରାଷ୍ଟ୍ରପତିଙ୍କ ପ୍ରତି ସେମାନଙ୍କର ନିରାଶାକୁ ପ୍ରତିଫଳିତ କରୁଛି । କଂଗ୍ରେସର ଚିନ୍ତାଧାରା ସବୁବେଳେ ଏସସି-ଏସଟି-ଓବିସି ବିରୋଧୀ ରହିଆସିଛି । ପୁଣି ଥରେ କଂଗ୍ରେସ ସେହି ମାନସିକତାର ପରିଚୟ ଦେଇଛି । ଦେଶର ସର୍ବୋଚ୍ଚ ପଦବୀରେ ରହିଥିବା ଦଳିତ, ଅବହେଳିତ ଓ ପଛୁଆ ସମ୍ପ୍ରଦାୟର ଲୋକମାନଙ୍କୁ କଂଗ୍ରେସ ନେତାମାନେ କେବେ ବି ବରଦାସ୍ତ କରିପାରିବେ ନାହିଁ । କଂଗ୍ରେସ କେବଳ ଏସଟି ସମ୍ପ୍ରଦାୟକୁ ଅପମାନିତ କରିନାହିଁ ବରଂ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅସମ୍ମାନ କରିଛି । ଜଣେ ମହିଳା ଏବଂ ଓଡ଼ିଶାକୁ ଅପମାନିତ କରିଛନ୍ତି । ରାଷ୍ଟ୍ରପତିଙ୍କ ବିରୋଧରେ ଅପମାନସୂଚକ ମନ୍ତବ୍ୟ ଦେଇଥିବାରୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ କ୍ଷମା ମାଗିବା ଦରକାର ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ