Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; କାଲିଠୁ ବଢିପାରେ ତାତି

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡବର୍ଷା ସମ୍ଭାବନା ରହିଛି। ଏ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝଡବର୍ଷା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ମଧ୍ୟ ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, କନ୍ଧମାଳ, କେନ୍ଦୁଝର ଓ ନବରଙ୍ଗପୁର। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଆସନ୍ତାକାଲିଠାରୁ ଖରାର ମାତ୍ରା ବଢ଼ିବ ଓ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।