Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୩/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାଏକ ଓ ଶ୍ରୀ ସିଦ୍ଧାର୍ଥ ଜୈନ୍, ଆଇଏଫ୍ଏସ୍, (ପ୍ରବେସନ୍) ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ଗୁ ସମେତ କେରାଣ୍ଡି,କତଳକଇଠା,
ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୫ ଗୋଟି ଓ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l