ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକରେ ବିକଶିତ ଗାଁ , ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାରୁ ଆଭାସି ମାଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଆଜି ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମେଲଣ ପଡିଆରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ ହାଁସଦାଙ୍କ ତତ୍ତ୍ଵାବଧାନରେ ବ୍ଲକସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା , ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ ଓ ଚନ୍ଦ୍ରକାନ୍ତି ଦନ୍ତା ଙ୍କର ସହିତ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତି ସଭ୍ୟ ଓ ବିଭିନ୍ନ ସ୍ଵଂୟ ସହାୟିକା ଗୋଷ୍ଠୀର ମହିଳା ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଶୋକ ସାହୁ ଓ ସାଥି ପାଲା ତଥା ଲୋକନାଥ ଗୁରୁ ଓ ସାଥୀ ଦଣ୍ଡ ନୃତ୍ୟ ପରିବେଷଣ କରିଥିଲେ। ବ୍ଲକ କାର୍ଯ୍ୟାଳୟର କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ ।
ବୀରମହାରାଜପୁର ମେଳଣ ପଡିଆରେ ବିକଶିତ ଗାଁ , ବିକଶିତ ଓଡିଶା କାର୍ଯ୍ୟକ୍ରମ
![](https://odisha.news/wp-content/uploads/2025/02/image_cropper_1738767712165.jpg)