ବୀରମହାରାଜପୁର ଦୋଳ ମଣ୍ଡପ ର ଯଜ୍ଞକୁଣ୍ଡ ଗୃହ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ଜଗନ୍ନାଥ ମନ୍ଦିର ସନ୍ନିକଟ ଦୋଳ ମଣ୍ଡପ ସମ୍ମୁଖରେ ଗୁରୁବାର ପୂର୍ବାହ୍ନ ସମୟରେ ଦୋଳମଣ୍ଡପର ଯଜ୍ଞକୁଣ୍ଡ ଗୃହ ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବକୁ ବିଧାୟକ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଭୂମି ପୂଜା ସହିତ ଶୁଭ ସ୍ତମ୍ଭ ସ୍ଥାପନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଲଲାଟେନ୍ଦୁ ସି , ବିଡ଼ିଓ ରାଜୀବ ହାଁସଦାଙ୍କ ସମେତ ସ୍ଥାନୀୟ ଭଦ୍ରବ୍ୟକ୍ତି ମାନେ ଉପସ୍ଥିତ ରହିଥିଲେ l

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।