ପାହାଡ଼ ଉପରୁ ଦହିବରା ବିକାଳୀଙ୍କ ଶବ ଉଦ୍ଧାର: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ


କନ୍ଧମାଳ, ତା, ୦୮/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ ସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଯୋଗ୍ୟ ଯେ, ଦାଶରଥୀ ଫେବୃଆରୀ ୧ ରେ ଦହିବରା ବିକ୍ରି କରିବାକୁ ପୁରୁଣା କଟକ ଯିବେ ବୋଲି ଜଣେ ସାଙ୍ଗକୁ କହି ଯାଇଥିଲେ । ତେବେ ବିଳମ୍ବିତ ରାତି ଯାଏଁ ନ ଫେରିବା ଓ ମୋବାଇଲ ଫୋନ ସୁଇଚ ଅଫ ଥ‌ିବା ଫଳରେ ପରିବାର ଲୋକେ ଖୋଜାଖୋଜି କରି ନ ମିଳିବାରୁ ସଦର ଥାନାରେ ନିଖୋଜ ରିପୋର୍ଟ ଦେଇଥିଲେ । ତେବେ ଶୁକ୍ରବାର ସର୍ଷଗୁଡାର କିଛି ଯୁବକ ଓଡି-୦୨ –ବିଏମ-୭୦୫୦ ନମ୍ବର ବିଶିଷ୍ଟ ଏକ ଲୁନା ମୋପେଡ ସପ୍ତାହେ ହେଲା ପଡ଼ିଥିବା ନେଇ ପରିବାର ଲୋକଙ୍କୁ ଜଣାଇଥିଲେ । ଫଳରେ ପରିବାର ଲୋକେ ବହୁତ ଖୋଜାଖୋଜି କରିବାପରେ ପାହାଡ଼ ଉପରେ ହାତ ଗୋଡ଼ ନ’ ଥିବା ଦାଶରଥି ଙ୍କ ମୃତ ଦେହ ପାଇଥିଲେ । ଏ ନେଇ ସଦର ଥାନାକୁ ଜଣାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି | ତଦନ୍ତ ପରେ ସବୁ ସୃଷ୍ଟ ହେବ ବୋଲି ପୋଲିସ କହିଛି । ତେବେ ତଦନ୍ତ ସଠିକ ଢଙ୍ଗ ରେ ହେଉନଥିବା ବିଷୟ ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।