Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେନ୍ଦୁପତ୍ର ହିତାଧିକାରୀଙ୍କ ଲାଗି ଖୁସି ଖବର; ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀଙ୍କ ଲାଗି ଖୁସି ଖବର। କେନ୍ଦୁପତ୍ର ହିତାଧିକାରୀଙ୍କ ଲାଗି ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀଙ୍କ ଲାଗି ମୁଖ୍ୟମନ୍ତ୍ରୀ ୮୩ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଦ୍ବାରା ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏହାର ଲାଭ ଉଠାଇ ପାରିବେ। ଏହାସହିତ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ। ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏହା ସହିତ ମିଳିବ ପାଣିବୋତଲ ଓ ଚପଲ। ଏଥିପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ