ଶୈକ୍ଷିକ ମୁଲ୍ୟବୋଧ ଦ୍ୱାରା ଉତ୍ତମ ଚରିତ୍ର ଗଠନ କରାଯାଏ


ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର କ୍ଲଷ୍ଟରର ନୂଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ସ୍ଥାନୀୟ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷକ ବିଘ୍ନରାଜ କମ୍ପଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ଯକ୍ରମରେ ମୁଖ୍ୟଅତିଥି ଭାବେ କଳାପଥର କ୍ଲଷ୍ଟର ସି ଆର ସି ସି ରଞ୍ଜନ କୁମାର ଜଗଦଲା ଯୋଗ ଦେଇ ଶିକ୍ଷା ଦ୍ୱାରା କିପରି ଛାତ୍ରଛାତ୍ରୀ ଙ୍କ ସର୍ବାଙ୍ଗୀନ ଉନ୍ନତି ହୋଇପାରେ ଓ ଏକ ସୁସ୍ଥ ସମାଜ ଗଠନ କରାଯାଇପାରେ ସେ ଉପରେ ଆଲୋକପାତ କରିଥିଲେ l ସ୍ଥାନୀୟ ଶିକ୍ଷାବିତ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଧ୍ରୁବ ଚରଣ ପଧାନ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶୈକ୍ଷିକ ମୂଲ୍ୟବୋଧ ଦ୍ୱାରା ଉତ୍ତମ ଚରିତ୍ର କିପରି ଗଠନ କରାଯାଏ ତାହା ପିଲାମାନଙ୍କୁ ପ୍ରାଞ୍ଜଳ ଭାବେ ଆଲୋକପାତ କରିଥିଲେ l ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଯୋଗ ଦେଇଥିଲେ l ପୂର୍ବରୁ ଆୟୋଜନ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା l ସଭା କାର୍ଯ୍ୟକୁ ଶିକ୍ଷକ ଅଚ୍ୟୁତ ରଣା ପରିଚାଳନା କରିଥିଲେ l ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟିତ୍ରୀ ସୌଦାମିନୀ ମେହେର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶିକ୍ଷୟିତ୍ରୀ ନିବେଦିତା ଅମାତ ଅତିଥି ପରିଚୟ ପ୍ରଦାନ କରିଥିଲେ l ଶିକ୍ଷୟିତ୍ରୀ ସ୍ମୃତିପ୍ରଭା ପାଢ଼ୀ ସାଂସ୍କୃତିକ କାର୍ଯ୍ୟକ୍ରମର ପରିଚାଳନା କରି ଥିଲେ l ଶେଷରେ ବରିଷ୍ଠ ଶିକ୍ଷକ ପୀତବାସ ରଥ ଧନ୍ୟବାଦ ଅର୍ପଣ ଦେଇଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।