Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କିରିତମାଲ ୟୁପି ସ୍କୁଲରେ ୮ ଶ୍ରେଣୀକୁ ଦୁଇ ଶିକ୍ଷକ ଶିକ୍ଷକ ଦାବିରେ ଅବିଭାବକ ଓ ଛାତ୍ରଛାତ୍ରୀଙ୍କ ଧାରଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ଝାରସୁଗୁଡା ୧୧/୨ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ସୀମାନ୍ତ ୧୯ ଖଣ୍ଡ ମୌଜା ରେମତା ପଞ୍ଚାୟତ ଅନ୍ତର୍ଗତ କିରିତମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟାକୁ ନେଇଅବିଭାବକ ଓ ଛାତ୍ରଛାତ୍ରୀ ମାନେ ଆଜି ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଝାରସୁଗୁଡା ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ତଥା ଲଖନପୁର ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରଦୀପ୍ତ କୁମାର ସା ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣା ପ୍ରତ୍ୟାହୃତ କରିଥିଲେ ।
ମିଳିଥିବା ତଥ୍ୟ ଅନୁଯାୟୀ କିରିତମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମାତ୍ର ଦୁଇ ଶିକ୍ଷକ ଅଛନ୍ତି । ଫଳରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଉଥିଲା । ଏହାକୁ ନେଇ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତକୁ ନେଇ ଅବିଭାବକ ମହଲରେ ଚିନ୍ତାର କାରଣ ପାଲଟିଥିଲା । ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ପଦବୀ ପୂରଣ ପାଇଁ ଅନେକ ଥର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏଥିପ୍ରତି ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରା ଯାଇନଥିଲା । ଯାହାକୁ ନେଇ ଅବିଭାବକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ଆଜି ଅବିଭାବକ ଓ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ଗେଟ ସମ୍ମୁଖରେ ଧାରଣାରେ ବସିଥିଲେ । ଏ ସମ୍ପର୍କରେ ଖବର ପାଇ ଜିଲ୍ଲା ଅତିରିକ୍ତ ଜିଲ୍ଲା ଅଧିକାରୀ ତଥା ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରଦୀପ୍ତ କୁମାର ସା, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଟିକେଶ୍ବର ଜଗତ,ଚାଣ୍ଟିପାଲି ସିଆରସିସି ହିରିତ ମହାନନ୍ଦ, କଣ୍ଡେଇକେଲା ସିଆରସିସି ଶେଷ କୁମାର ପଧାନ, ରେଙ୍ଗାଲି ଥାନା ଇନଚାର୍ଜ ସମରେନ୍ଦ୍ର ନାୟକ ଧାରଣା ସ୍ଥଳରେ ପହଞ୍ଚି ସେମାନଙ୍କ ସହିତ ଆଲୋଚନା କରିବା ସହ ଦୁଇ ଜଣ ଶିକ୍ଷକଙ୍କୁ ଯଥାଶୀଘ୍ର ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା ।