Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

ଝାରସୁଗୁଡା ୧୧/୨ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମର ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ଆଡମ୍ବର ସହକାରେ ସୋମବାର ଦିନ ପାଳିତ ହୋଇ ଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁନ୍ଦରଲାଲ ଖଡ଼ିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଲଖନପୁର ବ୍ଲକ ଅଧ୍ୟକ୍ଷା ହୁତେଶ୍ୱରୀ ତିହିରିଆ ମୂଖ୍ୟ ଅତିଥି ଯୋଗଦାନ କରିଥିବା ବେଳେ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ତଥା ଲଖନପୁର ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରଦୀପ୍ତ ସା ମୁଖ୍ୟବକ୍ତା ଏବଂ ଅତାବିରା ସରପଞ୍ଚ ସଞ୍ଜିତ ପଧାନ,ପଞ୍ଚଗାଁ ସରପଞ୍ଚ ମୁକେଶ ବାରିକ, ଜାମଗାଁ ସରପଞ୍ଚ ଗୋପୀନାଥ ସାଏ,ଭିକମପାଲି ସରପଞ୍ଚ ପଦ୍ମିନୀ ସାହୁ, ପଲସଦା ସରପଞ୍ଚ ତନୟା ଚାନ୍ଦ, ସମରବଗା ସରପଞ୍ଚ ଲିଲିମା ବାରିକ,ଅବସରପ୍ରାପ୍ତ ଶିକ୍ଷକ ସୁଶୀଳ ସାହୁ,ମୋ ସ୍କୁଲ ଅଭିଯାନ ସଭାପତି ପଦ୍ମଲୋଚନ ପଧାନ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ ।
ପ୍ରାରମ୍ଭରେ ନିମନ୍ତ୍ରିତ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ ପରେ ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ପ୍ରଧାନ ଶିକ୍ଷକ କମଳ ଲୋଚନ ସାହୁ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷକ ସନ୍ତୋଷ ଶତପଥୀ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ସ୍ଥାପନ ହେବା ଠାରୁ ବର୍ତ୍ତମାନ ସୁଦ୍ଧା ଶିକ୍ଷା କ୍ଷେତ୍ରରେ, ବାର୍ଷିକ କ୍ରୀଡ଼ା ଆଦି ବିଭିନ୍ନ କ୍ଷେତ୍ରରେ କୃତି ଅର୍ଜନ କରିଥିବା ପୁରାତନ ଓ ବର୍ତ୍ତମାନ ଅଧ୍ୟୟନ ରତ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଅନ୍ତିମ ପର୍ଯ୍ୟାୟରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସହକାରୀ ଶିକ୍ଷକ ସନ୍ତୋଷ ଶତପଥୀ ମଞ୍ଚ ସଞ୍ଚାଳନ କରିଥିବା ବେଳେ ବରିଷ୍ଠ ଶିକ୍ଷକ କହ୍ନେଇ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ,ସଦସ୍ୟା,ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ,ଅବିଭାବକ, ଅବିଭାବିକା ପରିଚାଳନାରେ ସହଯୋଗ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ